ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି, ୫ ଘଣ୍ଟା ଜଗା ଦର୍ଶନ ବନ୍ଦ - NILACHALA SAMACHAR
Article Image

ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି, ୫ ଘଣ୍ଟା ଜଗା ଦର୍ଶନ ବନ୍ଦ

🗂 Art & Culture | 🕒 03 Jun 2026, 17:23 IST



ପୁରୀ ୩,/୬ : ଆଜି ୫ ଘଣ୍ଟା ପାଇଁ ଜଗା ଦର୍ଶନ ବନ୍ଦ । ଶ୍ରୀମନ୍ଦିରରେ ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି । ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ବନକଲାଗି ନୀତି ଆରମ୍ଭ ହେବ। ମାଘ କୃଷ୍ଣ ଚତୁର୍ଥୀ ତିଥିରେ ଅନୁଷ୍ଠିତ ହେବ ବନକ ଲାଗି ନୀତି। ଏହା ଗୁପ୍ତନୀତି ହୋଇଥିବାରୁ ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ସନ୍ଧ୍ୟା ୫ଟାରୁ ରାତି ୧୦ଟା ଯାଏଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । 


💬 Leave a Comment

🗨️ Approved Comments

No comments yet.

🔗 Share this article: