🗂 Local | 🕒 26 May 2025, 16:48 IST
ନୀଳାଚଳ ସମାଚାର: ରଥଯାତ୍ରା ଦେଖିବାକୁ ଆସିବେ ପ୍ରଧାନମନ୍ତ୍ରୀ । ବିଶ୍ବ ପ୍ରସିଦ୍ଧ ଘୋଷଯାତ୍ରରେ ସାମିଲ ହେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିମନ୍ତ୍ରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିସହିତ ଏନ୍ଡିଏ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ସାମିଲ ହେବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ମଧ୍ୟ ନିମନ୍ତ୍ରଣ କରାଯିବ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି।
ଖବର ଅନୁଯାୟୀ, ଚଳିତ ବର୍ଷ ଜୁନ୍ ୨୭ ତାରିଖରେ ମହାପ୍ରଭୁଙ୍କ ରଥଯାତ୍ରା ଅନୁଷ୍ଠିତ ହେବ । ଏଥିପାଇଁ ପ୍ରସ୍ତୁତି ଜୋରଦାର ଚାଲିଛି । ଏହିକ୍ରମରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରାରେ ସାମିଲ ହେବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିମନ୍ତ୍ରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସମସ୍ତ କେନ୍ଦ୍ରମନ୍ତ୍ରୀଙ୍କ ସହ ଏନ୍ଡିଏ ଶାସିତ ରାଜ୍ୟ ଗୁଡ଼ିକର ମୁଖ୍ୟମନ୍ତ୍ରୀମାନଙ୍କୁ ଘୋଷଯାତ୍ରାରେ ସାମିଲ ହେବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ନିମନ୍ତ୍ରଣ କରାଯାଇଛି।
No comments yet.