🗂 Art & Culture | 🕒 27 Jul 2025, 10:27 IST
ପୁରୀ ସୋମବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ । ସେଥିପାଇଁ ସନ୍ଧ୍ୟାରେ ପ୍ରାୟ ୪ଘଣ୍ଟା ଠାକୁରଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ । ଏନେଇ ରବିବାର ଶ୍ରୀମନ୍ଦିର ପ୍ରଶାସନ ନିର୍ଦ୍ଦିଷ୍ଟ ସୂଚନା ଦେବ । ଦ୍ୱିତୀୟ ଭୋଗମଣ୍ଡପ ନୀତି ସରିବା ପରେ ଦଇତାପତି ସେବକମାନେ ଠାକୁରଙ୍କ ଏହି ସେବା କରିଥାନ୍ତି । ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗ ସୁରକ୍ଷା ପାଇଁ ଏହି ନୀତି ପାଳନ କରାଯାଇଥାଏ । ସେଦିନର ନୀତି ଉପରେ ପ୍ରକୃତ ଦର୍ଶନ କଟକଣା ସମୟ ନିର୍ଭର ରହିବ।
ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଖସାପଡ଼ା ନୀତି ଆରମ୍ଭ ହେବ। ତେଣୁ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ
No comments yet.