🔴 Breaking News ବାରବାଟୀ ଷ୍ଟାଡିୟମରେ ଦକ୍ଷିଣ ଆଫ୍ରିକାକୁ ୧୦୧ ରନରେ ହରାଇଲା ଟିମ୍ ଇଣ୍ଡିଆ    
ବୁଧବାର ମହାପ୍ରଭୁଙ୍କ ରାହୁରେଖା ଲାଗି ନୀତି, ଅପରାହ୍ଣ ସାଢ଼େ ୨ଟାରୁ ସନ୍ଧ୍ୟା ସାଢ଼େ ୬ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । - NILACHALA SAMACHAR
Article Image

ବୁଧବାର ମହାପ୍ରଭୁଙ୍କ ରାହୁରେଖା ଲାଗି ନୀତି, ଅପରାହ୍ଣ ସାଢ଼େ ୨ଟାରୁ ସନ୍ଧ୍ୟା ସାଢ଼େ ୬ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

🗂 Art & Culture | 🕒 12 Aug 2025, 14:59 IST

ପୁରୀ,୧୨/୦୮: ବୁଧବାର ଭାଦ୍ରବ କୃଷ୍ଣ ପକ୍ଷ ଚତୁର୍ଥୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାହୁରେଖା ଲାଗି ନୀତି ଅନୁଷ୍ଠିତ ହେବ । ଦଇତାପତି ସେବକମାନେ ଠାକୁରଙ୍କ ଏହି ସ୍ୱତନ୍ତ୍ର ସେବା ସମ୍ପନ୍ନ କରିବେ । ସେଥିପାଇଁ ଠାକୁରଙ୍କ ଦର୍ଶନ କଟକଣା ରହିବ । ଅପରାହ୍ଣ ସାଢ଼େ ୨ଟାରୁ ସନ୍ଧ୍ୟା ସାଢ଼େ ୬ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । 

ଶ୍ରୀବିଗ୍ରହଙ୍କ ଶ୍ରୀମୁଖର ଚତୁଃପାଶ୍ୱର୍ରେ ସ୍ୱର୍ଣ୍ଣ ନିର୍ମିତ ଏକ ବଳୟ (ପଟି)କୁ ରାହୁରେଖା କୁହାଯାଏ । ପ୍ରଥମ ଭୋଗମଣ୍ଡପ ନୀତି ଶେଷ ପରେ ରାହୁରେଖା ନୀତି ପାଇଁ ପ୍ରସ୍ତୁତି ଆରମ୍ଭ ହେବ । ରାହୁରେଖା ଲାଗି ସରିଲେ ଠାକୁରଙ୍କ ମହାସ୍ନାନ ନୀତି ବଢ଼ି ଯଥାବିଧି ଦର୍ଶନ ଆରମ୍ଭ ହେବ । ରାହୁରେଖା ଲାଗି ନୀତିକୁ ଚାହିଁ ଦର୍ଶନ କଟକଣା ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ରହିଛି।


💬 Leave a Comment

🗨️ Approved Comments

No comments yet.

🔗 Share this article: