🔴 Breaking News ବାରବାଟୀ ଷ୍ଟାଡିୟମରେ ଦକ୍ଷିଣ ଆଫ୍ରିକାକୁ ୧୦୧ ରନରେ ହରାଇଲା ଟିମ୍ ଇଣ୍ଡିଆ    
ଆସନ୍ତାକାଲି ବନକଲାଗି ନୀତି: ଅପରାହ୍ଣ ୫ଟାରୁ ରାତି ୧୦ଟା ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ - NILACHALA SAMACHAR
Article Image

ଆସନ୍ତାକାଲି ବନକଲାଗି ନୀତି: ଅପରାହ୍ଣ ୫ଟାରୁ ରାତି ୧୦ଟା ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ

🗂 Art & Culture | 🕒 11 Sep 2025, 02:15 IST

ପୁରୀ ଆସନ୍ତାକାଲି ଆଶ୍ବିନ କୃଷ୍ଣ ଚତୁର୍ଥୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛି । 


ଆସନ୍ତାକାଲି ଆଶ୍ବିନ କୃଷ୍ଣ ଚତୁର୍ଥୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତ ମହାପାତ୍ର ସେବକମାନେ ଶ୍ରୀବିଗ୍ରହ ଶୃଙ୍ଗାର କରିବେ। ଦ୍ବିତୀୟ ଭୋଗମଣ୍ଡପ ପରେ ଏହି ନୀତି ଆରମ୍ଭ ହେବ । ଏଥିପାଇଁ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛି । 

ଗୁରୁବାର ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଅପରାହ୍ଣ ପ୍ରାୟ ୫ଟାରୁ ବନକଲାଗି ନୀତି ଆରମ୍ଭ ହେବା ସହ ସର୍ବସାଧାରଣ ବନ୍ଦ ରହିବ । ଅପରାହ୍ଣ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ବନକଲାଗି ନୀତି ଅନୁଷ୍ଠିତ ହେବ । ରାତି ୧୦ଟା ପରେ ସର୍ବସାଧାରଣ ଦର୍ଶନ ସ୍ବାଭାବିକ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।


💬 Leave a Comment

🗨️ Approved Comments

No comments yet.

🔗 Share this article: