🗂 Art & Culture | 🕒 13 Oct 2025, 19:59 IST
ପୁରୀ ବୁଧବାର କାର୍ତ୍ତିକ କୃଷ୍ଣ ପକ୍ଷ ନବମୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ବିତୀୟ ଭୋଗମଣ୍ତପ ଭୋଗ ଶେଷ ହେବା ପରେ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।
ବୁଧବାର ମହାପ୍ରଭୁଙ୍କର ବନକ ଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗ ମଣ୍ତପ ପରେ ଦତ୍ତ ମହାପାତ୍ର ସେବାୟତମାନେ ରତ୍ନବେଦୀରେ ମହାପ୍ରଭୁଙ୍କ ଏହି ଗୁପ୍ତ ନୀତି ଆରମ୍ଭ କରିବେ । ବନକଲାଗି ନୀତି ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି। ଏହା ଏକ ଗୁପ୍ତ ସେବା ହୋଇଥିବାରୁ ପ୍ରାୟ ୫ ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।
ପ୍ରଥା ଓ ପରମ୍ପରା ଅନୁଯାୟୀ, ମହାପ୍ରଭୁଙ୍କ ଶ୍ରୀମୁଖକୁ ବିଭିନ୍ନ ପ୍ରାକୃତିକ ରଙ୍ଗରେ ସଜ୍ଜିତ କରାଯିବ । ଏଥିପାଇଁ ଆବଶ୍ୟକ ହେଙ୍ଗୁଳ, ହରିତାଳ, କର୍ପୁର ଓ କସ୍ତୁରୀ ବ୍ୟବହାର କରାଯାଇ ଦତ୍ତ ମହାପାତ୍ର ସେବାୟତମାନେ ଏହି ନୀତି ସମ୍ପନ୍ନ କରିବେ । ବନକ ଲାଗି ବା ଶ୍ରୀମୁଖ ଶୃଙ୍ଗାର ଦ୍ୱାରା ଶ୍ରୀଜିଉଙ୍କ ମୁଖ ମଣ୍ତଳ ଅଧିକ ସୁନ୍ଦର ଓ ଆକର୍ଷଣୀୟ ଦେଖାଯାଇଥାଏ।
No comments yet.