🔴 Breaking News ବାରବାଟୀ ଷ୍ଟାଡିୟମରେ ଦକ୍ଷିଣ ଆଫ୍ରିକାକୁ ୧୦୧ ରନରେ ହରାଇଲା ଟିମ୍ ଇଣ୍ଡିଆ    
ପଞ୍ଚୁକ ର ଦ୍ଵିତୀୟ ଦିବସ। ଶ୍ରୀ ମନ୍ଦିର ରେ ମହାପ୍ରଭୁଙ୍କର ଆଡ଼କିଆ ତଥା ତ୍ରିବିକ୍ରମ ବେଶ ଅନୁଷ୍ଠିତ ହୋଇଛି । - NILACHALA SAMACHAR
Article Image

ପଞ୍ଚୁକ ର ଦ୍ଵିତୀୟ ଦିବସ। ଶ୍ରୀ ମନ୍ଦିର ରେ ମହାପ୍ରଭୁଙ୍କର ଆଡ଼କିଆ ତଥା ତ୍ରିବିକ୍ରମ ବେଶ ଅନୁଷ୍ଠିତ ହୋଇଛି ।

🗂 Art & Culture | 🕒 04 Nov 2025, 00:50 IST

ପୁରୀ ଆଜି ପବିତ୍ର ପଞ୍ଚୁକ ର ଦ୍ଵିତୀୟ ଦିବସ। ଶ୍ରୀ ମନ୍ଦିର ରେ ମହାପ୍ରଭୁଙ୍କର ଆଡ଼କିଆ ତଥା ତ୍ରିବିକ୍ରମ ବେଶ ଅନୁଷ୍ଠିତ ହୋଇଛି । ପ୍ରାତଃ ସମୟରେ ଶ୍ରୀଜିଉମାନଙ୍କର ଅବକାଶ ନୀତି ଶେଷ ହେବା ପରେ ଏହି ବେଶ ଅନୁଷ୍ଠିତ ହେଇଥିଲା । ପଞ୍ଚୁକର ଦ୍ୱିତୀୟ ଦିବସରେ ଏହି ବେଶ ଦର୍ଶନ ପାଇଁ ଆଜି ଶ୍ରୀମନ୍ଦିରରେ ହଜାର ହଜାର ଭକ୍ତଙ୍କ ଭିଡ଼ ହୋଇଥିଲା । ମହାପ୍ରଭୁଙ୍କ ଏହି ଅପୂର୍ବ ବେଶ ଦର୍ଶନ କରି ଭକ୍ତ ନିଜକୁ ଧନ୍ୟ ମଣିଛନ୍ତି ।


ସକାଳୁ ଦୀର୍ଘ ସମୟ ଲାଇନରେ ରହି ମହାପ୍ରଭୁଙ୍କ ଟିକେ ଝଲକ ପାଇ ଭକ୍ତ ବେଶ ଆନନ୍ଦିତ ହୋଇଛନ୍ତି । 

 । ସେପଟେ ହବିଷ୍ୟାଳୀମାନେ ନିଜର ବ୍ରତ ଶେଷ ହେବା ସମୟ ଉପନୀତ ଥିବା ବେଳେ ମହାପ୍ରଭୁଙ୍କ ଦର୍ଶନ ପାଇଁ ନିଜକୁ ଧନ୍ୟ ମଣିଛନ୍ତି । ମହାପ୍ରଭୁ ସବୁବେଳେ ତାଙ୍କରି ଡୋରି ଲଗାଇ ରଖିଥାନ୍ତୁ ବୋଲି ହବିଷ୍ୟାଳୀ କହିଛନ୍ତି ।


ଶାସ୍ତ୍ରରେ ବର୍ଣ୍ଣନା ଅନୁଯାୟୀ ଯେଉଁ ଭକ୍ତ ପଞ୍ଚୁକରେ ମହାପ୍ରଭୁଙ୍କ ତ୍ରିବିକ୍ରମ ବେଶ ଦର୍ଶନ କରେ ତାକୁ ଅନନ୍ତ ପୁଣ୍ୟ ପ୍ରାପ୍ତି ହୋଇଥାଏ । ଏହା ମହାପ୍ରଭୁର ଏକ ଅନ୍ୟତମ ଦୁର୍ଲଭ ବେଶ । ପୁଷ୍ପାଳକ ସେବକମାନେ ଏହି ବେଶ ସମ୍ପାଦନ କରିଥାନ୍ତି । ତ୍ରିବିକ୍ରମ ବେଶରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ପ୍ରଭୁ ବଳଭଦ୍ରଙ୍କ ମସ୍ତକରେ ଚୂଳ ଲଗାଯାଏ । ଚୂଳ ୨ଟି ସୋଲ, କନା, ବେତ, ଜମ୍ବୁରା, କଇଁଥ ଅଠା ଆଦିରେ ନିର୍ମିତ ହୋଇଥାଏ । ଏହି ଚୂଳରେ ସ୍ବର୍ଣ୍ଣ ନିର୍ମିତ କିଆ ଆଡବାଗରେ ଖୋସା ଯାଇଥାଏ । ଦେବୀ ସୁଭଦ୍ରା ଓ ଅନ୍ୟ ଦୁଇ ଠାକୁରଙ୍କ ମସ୍ତକର ଶୀର୍ଷ ଭାଗରେ ସ୍ବର୍ଣ୍ଣ ଚନ୍ଦ୍ରିକା ମଧ୍ୟ ଖଞ୍ଜା ଯାଇଥାଏ । ଏଥି ସହିତ ପୂର୍ବ ଦିନ ପରି ଅନ୍ୟାନ୍ୟ ସ୍ବର୍ଣ୍ଣ ଅଳଙ୍କାର ଓ ହଳ, ମୂଷଳ, ଶଙ୍ଖ, ଚକ୍ର ଏବଂ ପାଟ ବସ୍ତ୍ର ଆଦିରେ ଠାକୁରମାନଙ୍କୁ ଆଡକିଆ ବା ତ୍ରିବିକ୍ରମ ବେଶରେ ଭୂଷିତ କରାଯାଇଥାଏ ।"



ସୁଭଦ୍ରାଙ୍କୁ ମଧ୍ୟ ଏହି ବେଶରେ ଗୋଟିଏ ସୁନା ଚନ୍ଦ୍ରିକା ଦ୍ବାରା ଶୋଭିତ କରାଯାଏ । ମାତ୍ର ତାଙ୍କ ମସ୍ତକରେ ଚୂଳ ଲାଗି କରା ନଯାଇ ସୁନା କିରୀଟ ଲଗାଯାଏ । ସବୁ ଠାକୁରମାନଙ୍କର ମୂଖର ଉପର ପାର୍ଶ୍ବରେ ୨ଟି ଲେଖାଏଁ କାଡ଼କାନି ଲଗାଯାଇଥାଏ । ଏହି ବେଶରେ ଘାଗଡା ମାଳି, ବରକୋଳି ମାଳି, ପଦ୍ମମାଳି, ଗିନିମାଳି, ପଦକ ମାଳି ପିନ୍ଧାଯାଏ । ଏହା ବ୍ୟତୀତ ମହାପ୍ରଭୁଙ୍କ ଅନ୍ୟାନ୍ୟ ଅଳଙ୍କାର , ମାଳି, ଶ୍ରୀପୟର, ଶ୍ରୀହସ୍ତ ଏବଂ ଆୟୁଧ ମଧ୍ୟ ଲାଗି କରାଯାଏ । ଜଗନ୍ନାଥ, ବଳଭଦ୍ରଙ୍କୁ ଲୁଗାକଛା ମାରି ପିନ୍ଧାଇ ଦିଆଯାଏ ।


କିମ୍ବଦନ୍ତୀ ଅନୁଯାୟୀ ମହନ୍ତ ମହାରାଜ ରାମ ଜୟନ୍ତୀ ଦାସଙ୍କ ଦ୍ବାରା ଏହି ବେଶର ପ୍ରଚଳନ ହୋଇଥିଲା । ଏହି ବେଶରେ ଶ୍ରୀଜିଉମାନଙ୍କ ଶ୍ରୀମସ୍ତକରେ ସୋଲ, କନା, ବେତ, ଜମ୍ବୁରା ଓ କଇଁଥ ଅଠାରେ ତିଆରି ହୋଇଥିବା ଚୁଳ ଲଗାଯାଏ । ଏହି ଚୁଳରେ ସ୍ବର୍ଣ୍ଣ ନିର୍ମିତ କିଆ ଆଡ଼ବାଗରେ ଖୋସାଯାଇଥିବା ବେଳେ ଶୀର୍ଷଭାଗରେ ସ୍ବର୍ଣ୍ଣ ଚନ୍ଦ୍ରିକା ଖୋସାଯାଇଥାଏ ।


💬 Leave a Comment

🗨️ Approved Comments

No comments yet.

🔗 Share this article: