🔴 Breaking News ବାରବାଟୀ ଷ୍ଟାଡିୟମରେ ଦକ୍ଷିଣ ଆଫ୍ରିକାକୁ ୧୦୧ ରନରେ ହରାଇଲା ଟିମ୍ ଇଣ୍ଡିଆ    
ପବିତ୍ର କାର୍ତ୍ତିକ ଶୁକ୍ଳ ଚତୁର୍ଦ୍ଦଶୀ ତିଥିରେ ଲକ୍ଷ୍ମୀ ନୃସିଂହ ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜିଉ - NILACHALA SAMACHAR
Article Image

ପବିତ୍ର କାର୍ତ୍ତିକ ଶୁକ୍ଳ ଚତୁର୍ଦ୍ଦଶୀ ତିଥିରେ ଲକ୍ଷ୍ମୀ ନୃସିଂହ ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜିଉ

🗂 Art & Culture | 🕒 04 Nov 2025, 16:48 IST

ପୁରୀ କାର୍ତ୍ତିକ ମାସରେ ପବିତ୍ର ପଞ୍ଚୁକରେ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ଜାରି ରହିଛି । ସ୍ବତନ୍ତ୍ର ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଇଛନ୍ତି ଶ୍ରୀଜିଉ । ଆଜି ପବିତ୍ର ପଞ୍ଚୁକର ଚତୁର୍ଥ ଦିବସରେ ତଥା 

କାର୍ତ୍ତିକ ଶୁକ୍ଳ ଚତୁର୍ଦ୍ଦଶୀ ତିଥିରେ ଶ୍ରୀଜୀଉଙ୍କ ଲକ୍ଷ୍ମୀ ନୃସିଂହ ବେଶ ଦର୍ଶନ କରି ସାନିଧ୍ୟ ଲାଭ କରିଛନ୍ତି ଶ୍ରଦ୍ଧାଳୁ ।


ପଞ୍ଚୁକର ଚତୁର୍ଥ ଦିବସରେ ମହାପ୍ରଭୁଙ୍କ ଲକ୍ଷ୍ମୀନୃସିଂହ ବେଶ ଅନୁଷ୍ଠିତ ହୋଇଛି । ଇନ୍ଦ୍ରଦ୍ୟୁମ୍ନ ମହାରାଜା ଯେତେବେଳେ ରତ୍ନସିଂହାସନ ଉପରେ ପ୍ରଥମେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଦର୍ଶନ କରିବାକୁ ଯାଇଥିଲେ ସେତେବେଳେ ମହାପ୍ରଭୁ ତାଙ୍କୁ ନୃସିଂହ ବେଶରେ ଦର୍ଶନ ଦେଇଥିଲେ ବୋଲି ସ୍କନ୍ଧ ପୁରାଣରେ ଉଲ୍ଲେଖ ରହିଛି । ତେଣୁ କାର୍ତ୍ତିକ ମାସର ଚତୁର୍ଦ୍ଦଶୀ ତିଥିରେ ମହାପ୍ରଭୁଙ୍କ ଲକ୍ଷ୍ମୀନୃସିହଂ ବେଶ ଅନୁଷ୍ଠିତ ହୋଇଥାଏ । ଶ୍ରୀମନ୍ଦିରରେ ଅବକାଶ ନୀତି ବଢ଼ିବା ପରେ ପୁଷ୍ପାଳକ ସେବକମାନେ ମହାପ୍ରଭୁଙ୍କୁ ପାଟବସ୍ତ୍ରରେ ବିଭୂଷିତ କରି ଏହି ବେଶ କରିଥାନ୍ତି । ଏହି ବେଶରେ ମହାପ୍ରଭୁ ସୁବର୍ଣ୍ଣର ଶ୍ରୀଭୁଜ, ଶ୍ରୀପୟର ଏବଂ ଚକ୍ର ସହ ରୌପ୍ୟର ଶଙ୍ଖ ଧାରଣ କରିଥାନ୍ତି । ପ୍ରଭୁ ବଳଭଦ୍ର ମଧ୍ୟ ସୁବର୍ଣ୍ଣର ଶ୍ରୀଭୁଜ, ଶ୍ରୀପୟର ଏବଂ ହଳମୂଷଳ ଧାରଣ କରିଥାନ୍ତି ।

ସେହିପରି ମହାପ୍ରଭୁ ଶ୍ରୀଜଗନ୍ନାଥ ଏବଂ ପ୍ରଭୁ ବଳଭଦ୍ର ମସ୍ତକରେ ଯେଉଁ ଚୂଳ ଧାରଣ କରିଥାନ୍ତି ସେଥିରେ ସୁବର୍ଣ୍ଣର କିଆ ଗୁଡ଼ିକ ଆଡ଼ ବାଗିଆ ଲଗାଯାଇଥାଏ । ତେବେ ଆସନ୍ତାକାଲି କାର୍ତ୍ତିକ ପୂର୍ଣ୍ଣିମାରେ ମହାପ୍ରଭୁଙ୍କ ରାଜରାଜେଶ୍ଵର ବା ସୁନାବେଶ ଅନୁଷ୍ଠିତ ହେବାକୁ ଥିବାବେଳେ ଶ୍ରୀମନ୍ଦିର, ଜିଲ୍ଲା ଓ ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା ଚୁଡାନ୍ତ ହୋଇଛି । ମହାପ୍ରଭୁଙ୍କ ଏହି ଦୁର୍ଲଭ ସୁନାବେଶ ଦର୍ଶନ କରିବା ପାଇଁ ଭକ୍ତମାନେ ମଧ୍ୟ ବେଶ୍ ଉତ୍କଣ୍ଠାର ସହ ଅପେକ୍ଷା କରିଛନ୍ତି । ପବିତ୍ର ପଞ୍ଚୁକରେ ମହାପ୍ରଭୁଙ୍କୁ ଦର୍ଶନ ପାଇଁ ପ୍ରତିଦିନ ଏକ ଲକ୍ଷରୁ ଅଧିକ ଭକ୍ତ ଶ୍ରୀମନ୍ଦିର ଆସୁଛନ୍ତି ।


ଭକ୍ତଙ୍କ ପ୍ରବଳ ସମାଗମକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର, ଜିଲ୍ଲା ଓ ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା ହୋଇଛି । ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସୁଥିବା ଭକ୍ତମାନେ ବଡଦାଣ୍ଡ ର ବଗଲା ଧର୍ମଶାଳା ନିକଟ ରେ ହୋଇଥିବା ଅସ୍ଥାୟୀ ବ୍ୟାରିକେଡ୍‌ରେ ଆସି ଶ୍ରୀମନ୍ଦିର ସିଂହଦ୍ଵାର ଦେଇ ପ୍ରବେଶ କରିବା ସହ ଅନ୍ୟ ତିନି ଦ୍ବାର ଦେଇ ପ୍ରସ୍ଥାନ କରିଛନ୍ତି । ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ଶ୍ରୀମନ୍ଦିର ଭିତର, ବାହାର, ବଡ଼ଦାଣ୍ତ ଏବଂ ଟ୍ରାଫିକ ସୁପରିଚାଳନା ପାଇଁ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଇଛି । ୪୦ ପ୍ଲାଟୁନ୍‌ ପୋଲିସ ଫୋର୍ସ, ୫ ଅତିରିକ୍ତ ଏସପି, ଡିଏସ୍‌ପି, ଇନ୍ସପେକ୍ଟର, ଏଏସଆଇ ଓ ଏସଆଇଙ୍କ ସହ ୩ଶହରୁ ଊର୍ଦ୍ଧ୍ୱ ହୋମଗାର୍ଡ ସୁରକ୍ଷା ଦାୟିତ୍ବରେ ରହିଚନ୍ତି। ସେହିପରି ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନରେ ଶତାଧିକ ସ୍ବେଚ୍ଛାସେବୀଙ୍କୁ ନିୟୋଜିତ କରାଯାଇଛି ।

💬 Leave a Comment

🗨️ Approved Comments

No comments yet.

🔗 Share this article: