🗂 Art & Culture | 🕒 12 Dec 2025, 15:32 IST
ପୁରୀ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଅନୁଷ୍ଠିତ ହେବାକୁ ଥିବା ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ଅଧ୍ୟକ୍ଷତାରେ କରିବେ । ଆସନ୍ତା ୧୬ ତାରିଖ ଠାରୁ ଜାନୁଆରୀ ୧୩ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ପହିଲି ଭୋଗ ନୀତି ନିର୍ଘଣ୍ଟକୁ ବୈଠକରେ ଅନୁମୋଦନ କରାଯିବ। ଜାନୁଆରୀ ୩ ତାରିଖରେ ଦେବାଭିଷେକ ପୂର୍ଣ୍ଣିମା ନୀତି ନିର୍ଘଣ୍ଟ ଓ ଜାନୁଆରୀ ୧୪ ତାରିଖରେ ମକର ସଂକ୍ରାନ୍ତି ନୀତି ନିର୍ଘଣ୍ଟ ନେଇ ବୈଠକରେ ଆଲୋଚନା ହେବ। ସେହିପରି ଇଂରାଜୀ ନୂଆବର୍ଷରେ ଭକ୍ତ ମାନଙ୍କ ଶୃଙ୍ଖଳିତ ଦର୍ଶନ ଉପରେ ଆଲୋଚନା କରାଯିବ । ସେହିପରି ଶ୍ରୀମନ୍ଦିରରେ ଦିବ୍ୟାଙ୍ଗ ଭକ୍ତଙ୍କ ସହଜ ଦର୍ଶନ ବ୍ୟବସ୍ଥା ନେଇ ଆଲୋଚନା ହେବ । ସଭାପତିଙ୍କ ଅନୁମୋଦନ କ୍ରମେ ବୈଠକରେ ଅନ୍ୟାନ୍ୟ ପ୍ରସଙ୍ଗରେ ଆଲୋଚନା ହୋଇପାରେ। ବୈଠକରେ ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା, ଏସପି ପ୍ରତୀକ ସିଂ, ଛତିଶା ନିଯୋଗର ସେବାୟତ ପ୍ରତିନିଧି ଉପସ୍ଥିତ ରହିବେ। ଅନ୍ୟାନ୍ୟ ବରିଷ୍ଠ ପ୍ରଶାସନିକ ଅଧିକାରୀ ମାନେ ମଧ୍ୟ ଉପସ୍ଥିତ ରହିବେ।
No comments yet.