🗂 Local | 🕒 09 Jan 2026, 18:28 IST
ପୁରୀ ୯/୧ :ଶ୍ରୀମନ୍ଦିର କାର୍ଯ୍ୟାଳୟରେ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ଶ୍ରୀମନ୍ଦିର ପ୍ରଶାସନର ଅଧିକାରୀମାନଙ୍କୁ ନେଇ ଅନୁଷ୍ଠିତ ହୋଇଥିବା ଏହି ବୈଠକରେ ଅନେକ ଗୁଡ଼ିଏ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ବୈଠକ ପରେ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ପ୍ରତିକ୍ରିୟା ରଖିଛନ୍ତି ।
ଭକ୍ତ ନିବାସରେ ରୁମ୍ ଭଡ଼ା ବୃଦ୍ଧି କରାଯିବ ନାହିଁ । ଯେଉଁମାନେ ଭକ୍ତ ନିବାସରେ ରହିବା ପାଇଁ ଚାରିଚକିଆ ଆଣି ଆସୁଛନ୍ତି ସେମାନେ ଏହି ପାର୍କିଂ ଫି ଦିନକୁ ୫ଶହ ଟଙ୍କା ଦେବେ । ଅନ୍ୟ ବାହାର ଲୋକ କେହି ରଖି ଭକ୍ତ ନିବାସରେ ଗାଡ଼ି ପାର୍କିଂ କରିପାରିବେ ନାହିଁ । ଅନ୍ୟ ପାର୍କିଂ ସ୍ଥଳରେ ୨୪୦ ଟଙ୍କା ଦେଇ ଗାଡ଼ି ପାର୍କିଂ କରୁଛନ୍ତି ଯାତ୍ରୀ । ଯେଉଁମାନେ ଚାହୁଁଛନ୍ତି ସେମାନେ ଅନ୍ୟ ପାର୍କିଂ ସ୍ଥଳରେ ଗାଡ଼ି ରଖି ଭକ୍ତ ନିବାସରେ ମଧ୍ୟ ରହିପାରିବେ ।
ସେହିପରି ଏପ୍ରିଲ୍ ୨୦୨୬ ମଧ୍ୟରେ ଶ୍ରୀମନ୍ଦିର ସହିତ ଜଡିତ ସମସ୍ତ ପ୍ରକଳ୍ପ କାର୍ଯ୍ୟ ସାରିବାକୁ ଓବିସିସିକୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ନିର୍ଦ୍ଦେଶ ଦେଇଛନ୍ତି ।ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକଙ୍କ ଦର୍ଶନ ବ୍ୟବସ୍ଥା ସୁଗମ କରିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଖୁବଶୀଘ୍ର ପଦକ୍ଷେପ ନିଆଯିବ । ନାଟମଣ୍ଡପକୁ ଶୀତତାପ ନିୟନ୍ତ୍ରିତ କରିବା ପାଇଁ ଟେଣ୍ଡର ପ୍ରକ୍ରିୟା ସରିଛି । ଠାକୁରଙ୍କ ନୀତି କାନ୍ତିରେ ଯେଭଳି କୌଣସି ଅସୁବିଧା ନହେବ ତାକୁ ନେଇ ଗୁରୁତ୍ବ ଦିଆଯାଇଛି । ଖୁବଶୀଘ୍ର ଶ୍ରୀମନ୍ଦିର ନାଟମଣ୍ଡପ କୁ ଶୀତତାପ ନିୟନ୍ତ୍ରିତ କରାଯିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ସୂଚନା ଦେଇଛନ୍ତି ।
No comments yet.