ବନ୍ଦେ ମାତରମ ଗାନ ଓ ଆତ୍ମ ନିର୍ଭର ଭାରତ ଶପଥ ପାଠ ଅନୁଷ୍ଠିତ - NILACHALA SAMACHAR
Article Image

ବନ୍ଦେ ମାତରମ ଗାନ ଓ ଆତ୍ମ ନିର୍ଭର ଭାରତ ଶପଥ ପାଠ ଅନୁଷ୍ଠିତ

🗂 Local | 🕒 12 Jan 2026, 16:03 IST


ପୁରୀ ୧୨/୧ ଜିଲ୍ଲା ପ୍ରଶାସନ ଓ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଆଜି ପୂର୍ବାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ବନ୍ଦେ ମାତରମ ର ୧୫୦ ବର୍ଷ ପୂର୍ତ୍ତି ଅବସରରେ ସାମୁହିକ ବନ୍ଦେ ମାତରମ ସଂଗୀତ ଗାନ ସହ ଆତ୍ମ ନିର୍ଭର ଭାରତର ଶପଥ ପାଠ କରାଯାଇଥିଲା।ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡା ଏଥିରେ ଅଧ୍ୟକ୍ଷତା କରିବା ସହ ଆଜିର ଦିବସ ସ୍ବାମୀ ବିବେକାନନ୍ଦ ଙ୍କ ଜୟନ୍ତୀ ଅବସରରେ ଜାତୀୟ ଯୁବ ଦିବସ ପାଳନ ହେଉଥିବାରୁ ବିବେକାନନ୍ଦ ଙ୍କ ପ୍ରତି ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ।ପରେ ଜିଲ୍ଲାପାଳ ଙ୍କ ଅଧ୍ୟକ୍ଷତାରେ ସାମୁହିକ ବନ୍ଦେ ମାତରମ ଗାନ କରାଯାଇଥିଲା।ଜିଲ୍ଲାପାଳ ଙ୍କ ପରାମର୍ଶ କ୍ରମେ ଲୋକ ସମ୍ପର୍କ ଉପ ନିର୍ଦ୍ଦେଶକ ସନ୍ତୋଷ କୁମାର ସେଠୀ ଉପସ୍ଥିତ ସମସ୍ତଙ୍କୁ ଆତ୍ମ ନିର୍ଭର ଭାରତ ର ଶପଥ ପାଠ କରାଇଥିଲେ।ଏହି କାର୍ଯ୍ୟକ୍ରମ ରେ ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ ଡ. ଶରତ ଚନ୍ଦ୍ର ମହାପାତ୍ର, ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ନିଳମାଧବ ଭୋଇ, ଡେପୁଟି କଲେକ୍ଟର ପ୍ରିୟଦର୍ଶିନୀ ମଲ୍ଲିକ, ସହଦେବ ସାହୁ, ଜିଲ୍ଲା ସଂସ୍କୃତି ଅଧିକାରୀ ହେମନ୍ତ ବେହେରା, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ମନୋଜ କୁମାର ତ୍ରିପାଠୀ,ସାମାଜିକ ସୁରକ୍ଷା ଅଧିକାରୀ ନମିତା ଚାନ୍ଦ,

 ସହକାରୀ ଜିଲ୍ଲାପାଳ ତନ୍ମୟ କୁମାର ଦାସ,ବିଭିନ୍ନ ବିଭାଗର କର୍ମଚାରୀ ପ୍ରମୁଖ ଯୋଗ ଦେଇଥିଲେ।

ଏହା ବ୍ୟତୀତ ଜିଲ୍ଲାର ଅନ୍ୟାନ୍ୟ ସମସ୍ତ କାର୍ଯ୍ୟାଳୟ, ସମସ୍ତ ବିଦ୍ୟାଳୟ, ମହାବିଦ୍ୟାଳୟ, ବିଶ୍ଵ ବିଦ୍ୟାଳୟ ଗୁଡିକରେ ବନ୍ଦେ ମାତରମ୍ ଗାନ ଓ ସଂକଳ୍ପ ପାଠ କରିବା ସହିତ ବିବିଧ କାର୍ଯ୍ୟକ୍ରମ ସମ୍ପୃକ୍ତ ବ୍ଲକ ଉନ୍ନୟନ ଅଧିକାରୀ ଓ ସହରାଞ୍ଚଳର କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ହୋଇଥିଲା l

💬 Leave a Comment

🗨️ Approved Comments

No comments yet.

🔗 Share this article: