ଶ୍ରୀପଞ୍ଚମୀରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥକାଠ ଅନୁକୂଳ, - NILACHALA SAMACHAR
Article Image

ଶ୍ରୀପଞ୍ଚମୀରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥକାଠ ଅନୁକୂଳ,

🗂 Art & Culture | 🕒 23 Jan 2026, 16:59 IST


ପୁରୀ ୨୩/୧ : ଆଜି ହେଉଛି ପବିତ୍ର ମାଘ ମାସ ଶୁକ୍ଳପକ୍ଷ ପଞ୍ଚମୀ ତୀଥି। ଏହି ପବିତ୍ର ତୀଥିରେ ୨୦୨୬ ରଥଯାତ୍ରା ପାଇଁ ରଥକାଠ ଅନୁକୂଳ ହେବ। ବିଶ୍ୱ ବ୍ରହ୍ମାଣ୍ଡନାଥ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ଯାତ୍ରା ପ୍ରସ୍ତୁତିର ଆଜି ହେଉଛି ପ୍ରଥମ ପର୍ବ। ପରମ୍ପରା ମୁତାବକ ମହାପ୍ରଭୁଙ୍କ ରଥନିର୍ମାଣ ପାଇଁ ଆସିଥିବା କାଠ ରଥଖଳାରେ ଆଜି ଅନୁକୁଳ ହେବ। ଏଥିଲାଗି ଗତକାଲି ରଥଖଳାକୁ ପରିସ୍କାର କରାଯିବା ସହ ତିନିରଥର ତିନୋଟି ଧଉରା କାଠକୁ ରଖାଯାଇଛି। ଆଜି ସ୍ୱତ୍ରୀୟ ବ୍ରାହ୍ମଣ ଓ ରାଜଗୁରୁ ବନଜାଗ ପଦ୍ଧତିରେ ମନ୍ତ୍ର ଉଚ୍ଚାରଣ କରି ପୂଜା କରିବେ। ଚଳିତବର୍ଷ ରଥଯାତ୍ରା କିଭଳି ଶାନ୍ତିଶୃଙ୍ଖଳାର ସହିତ ସମାପନ ହେବ ସେନେଇ ଶ୍ରୀଜୀଉଙ୍କ ନିକଟରେ ପ୍ରାଥନା କରାଯିବ। ତେବେ ଆସନ୍ତା ରାମନବମୀ ତିଥିରେ ରଥକାଠ ଚିରଟ ପ୍ରକ୍ରିୟା ଆରମ୍ଭ କରାଯିବା ସହ ଆସନ୍ତା ଅକ୍ଷୟ ତୃତୀୟା ଦିନ ରଥନିର୍ମାଣ କାର୍ଯ୍ୟ ଅନୁକୂଳ ହେବ। ତେବେ ତିନିରଥ ନିର୍ମାଣ ପାଇଁ ମୋଟ 865 ଖଣ୍ଡ କାଠର ଆବଶ୍ୟକତା ଥିବାବେଳେ ଗତବର୍ଷର ୪୭ ଖଣ୍ଡ କାଠ ବଳକା ରହିଛି। ତେବେ ଚଳିତବର୍ଷ ରଥନିର୍ମାଣ ପାଇଁ ଆଉ 818 ଖଣ୍ଡ କାଠ ଦରକାର ଥିବାବେଳେ ପ୍ରଥମ ପର୍ଯ୍ୟାୟରେ ତିନୋଟି ଟ୍ରକ୍ ଯୋଗେ 83 ଖଣ୍ଡ କାଠ ପୁରୀରେ ପହଞ୍ଚିଛି। 



💬 Leave a Comment

🗨️ Approved Comments

No comments yet.

🔗 Share this article: