🗂 Local | 🕒 01 Feb 2026, 09:53 IST
ପୁରୀ ୩୧/୧ : ସମୁଦ୍ରରେ ଅଘଟଣ। ସମୁଦ୍ରରେ ସ୍ନାନ କରୁଥିବା ବେଳେ ରିପ୍ କରେଣ୍ଟ ନେଇଗଲା ମା ପୁଅଙ୍କ ଜୀବନ। ମୃତ ମା ପୁଅ ହେଉଛନ୍ତି ଝାଡ଼ଖଣ୍ଡ ରାଞ୍ଚି ଅଞ୍ଚଳର କୁସୁମ ଓ ଅଙ୍କିତ ଗୁପ୍ତା। ମା ପୁଅଙ୍କ ମୃତ୍ୟୁକୁ ନେଇ ପୁରୀ ହସ୍ପିଟାଲରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ତେବେ ଆଜି ସକାଳେ କୁସୁମ ଓ ଅଙ୍କିତ ପରିବାର ଲୋକଙ୍କ ସହ ପୁରୀ ଚକ୍ରତୀର୍ଥ ରୋଡ ପିଙ୍କ ହାଉସ ନିକଟ ବେଳାଭୂମିରେ ସମୁଦ୍ର ସ୍ନାନର ମଜା ନେଉଥିଲେ। ଏକ ବଡ଼ ଲହଡ଼ି ସାଙ୍ଗକୁ ରିପ କରେଣ୍ଟ ରେ ପଡ଼ି କୁସୁମ ସମୁଦ୍ର ଭିତରକୁ ଚାଲି ଯାଇଥିଲେ। ମା ଙ୍କୁ ବଞ୍ଚାଇବା କୁ ଯାଇ ପୁଅ ଅଙ୍କିତ ସମୁଦ୍ର ଭିତରକୁ ଯିବାରୁ ସେ ମଧ୍ୟ ରିପ୍ କରେଣ୍ଟରେ ପଡ଼ି ଗଭୀର ସମୁଦ୍ର ଭିତରକୁ ଚାଲି ଯାଇଥିଲେ। ପରିବାରର ଅନ୍ୟ ସଦସ୍ୟ ମାନେ ଚିତ୍କାର କରିବାରୁ ସେଠାରେ ଉପସ୍ଥିତ ଥିବା ପ୍ରାଇଭେଟ୍ ଲାଇଫ ଗାର୍ଡ ଓ ମତ୍ସ୍ୟଜୀବୀ ସମୁଦ୍ର ଭିତରକୁ ଯାଇ ଦୁଇଜଣ ମା ପୁଅଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ହସ୍ପିଟାଲ କୁ ପଠାଇଥିଲେ। କିନ୍ତୁ ହସ୍ପିଟାଲରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତେବେ ଚକ୍ରତୀର୍ଥ ବେଳାଭୂମି ପଟେ ଲାଇଫ ଗାର୍ଡ ମୁତୟନ ହୋଇ ନଥିବାରୁ ପ୍ରତି ସମୟରେ ଏଭଳି ଅଘଟଣ ଘଟୁଛି। ତୁରନ୍ତ ଜିଲ୍ଲା ପ୍ରଶାସନ ଏ ଦିଗରେ ଧ୍ୟାନ ଦେବାର ଆବଶ୍ୟକତା ରହିଛି ବୋଲି ସାଧାରଣରେ ଦାବି ହୋଇଛି।
No comments yet.