ଆସନ୍ତା ୮ରେ ରଥଯାତ୍ରା ପ୍ରଥମ ସମନ୍ୱୟ ବୈଠକ, ବିଭିନ୍ନ ବିଭାଗ ମଧ୍ୟରେ ହେବ ଆଲୋଚନା - NILACHALA SAMACHAR
Article Image

ଆସନ୍ତା ୮ରେ ରଥଯାତ୍ରା ପ୍ରଥମ ସମନ୍ୱୟ ବୈଠକ, ବିଭିନ୍ନ ବିଭାଗ ମଧ୍ୟରେ ହେବ ଆଲୋଚନା

🗂 Art & Culture | 🕒 04 May 2026, 16:30 IST

ପୁରୀ ୪/ ୫: ଜୁଲାଇ ୧୬ରେ ମହାପ୍ରଭୁଙ୍କର ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ଏନେଇ ପୁରୀ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚାଲିଥିବା ବେଳେ ସମସ୍ତ ବିଭାଗ ମଧ୍ୟ ସଜାଗ ରହିଛି । ଏନେଇ କେନ୍ଦ୍ରାଞ୍ଚଳ ରାଜସ୍ୱ ଆୟୁକ୍ତଙ୍କ ଅଧ୍ୟକ୍ଷତାରେ ଆସନ୍ତା ୮ ତାରିଖରେ ରଥଯାତ୍ରା ପ୍ରଥମ ସମନ୍ୱୟ ସମିତି ବୈଠକ ଅନୁଷ୍ଠିତ ହେବ । ପୁରୀ ଟାଉନ୍ ହଲଠାରେ ଆୟୋଜିତ ହେବାକୁ ଥିବା ଏହି ବୈଠକରେ କେନ୍ଦ୍ରାଞ୍ଚଳ ଆର୍‌ଡିସି ଅଧ୍ୟକ୍ଷତା କରିବେ ।


ବିଗତ ବର୍ଷ ଅପେକ୍ଷା ଚଳିତ ବର୍ଷ ଦ୍ୱିଗୁଣା ଭକ୍ତଙ୍କ ସମାଗମ ହେବ ବୋଲି ଆକଳନ କରିଛି ପ୍ରଶାସନ । ଏହି ବୈଠକରେ ରଥକାଠ ସଂଗ୍ରହ, ରଥ ନିର୍ମାଣ, ରଥଖଳା ପରିଷ୍କାର, ରଥଯାତ୍ରା ନିମନ୍ତେ ବିଭିନ୍ନ ସାମଗ୍ରୀ ସଂଗ୍ରହ ଓ ଯୋଗାଣ, ରଥ କପଡା ସଂଗ୍ରହ, ନୀତି ସଂପାଦନ, ରଥଟଣା, ସ୍ୱାସ୍ଥ୍ୟ ଓ ପରିମଳ ବ୍ୟବସ୍ଥା, ପାନୀୟ ଜଳ ଯୋଗାଣ, ବିଦ୍ୟୁତ ଯୋଗାଣ, ପରିବହନ ବ୍ୟବସ୍ଥା, ରାସ୍ତାଘାଟ ମରାମତି ଓ ଉନ୍ନତୀକରଣ, ପାର୍କିଂ ସ୍ଥଳ, ଶାନ୍ତି ଶୃଙ୍ଖଳା ରକ୍ଷା, ସୂଚନା ଓ ପ୍ରସାରଣ ବ୍ୟବସ୍ଥା, ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ, ପଲ୍ଲିଶ୍ରୀ ମେଳା ଓ ପ୍ରଦର୍ଶନୀ ଆୟୋଜନ, ସ୍ୱେଚ୍ଛାସେବୀ ନିୟୋଜନ ଇତ୍ୟାଦି ସମ୍ବନ୍ଧରେ ବିସ୍ତୃତ ଆଲୋଚନା ହେବ । ବୈଠକରେ ଜିଲ୍ଲାପାଳ, ଏସପି, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ସେବାୟତ, ପରିଚାଳନା କମିଟି ସଦସ୍ୟ, ବୁଦ୍ଧିଜୀବୀ ଓ ସାମ୍ବାଦିକ ଭାଗ ନେବେ ।

💬 Leave a Comment

🗨️ Approved Comments

No comments yet.

🔗 Share this article: